Latest Odisha News

BREAKING NEWS

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ କରୋନା ଟିକା ନେଇଛନ୍ତି । ବିଧାନସଭାର ଡିସପେନସେରୀରେ ସେ ଦିନ ୧୧ଟାରେ କୋଭାକ୍ସିନ୍ ଟିକା ନେଇଛନ୍ତି।

ଏହା ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀ ଏମ୍‌ସରେ କୋଭିଡ-୧୯ ଟିକା ଗ୍ରହଣ କରିଛନ୍ତି। ଏ ସଂପର୍କରେ ସେ ନିଜେ ଟ୍ୱିଟ୍ କରି ଜଣାଇଥିଲେ।

ସୂଚନାଯୋଗ୍ୟ, ୬୦ବର୍ଷରୁ ଅଧିକ ଓ ବହୁବିଧ ରୋଗରେ ପୀଡ଼ିତ ୪୫ ବର୍ଷରୁ ଅଧିକ ଆକ୍ରାନ୍ତଙ୍କୁ ଆଜିଠାରୁ ଟିକା ଦିଆଯାଉଛ । ସରକାରୀ ସେଣ୍ଟରରେ ଟିକା ମାଗଣା ଦିଆଯାଉଛି। ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲ ସମେତ ୧୮୩ଟି ହସ୍ପିଟାଲରେ ବ୍ୟବସ୍ଥା କରାଯାଇଛି ।

ଟିକା ନେବାକୁ ଆଗ୍ରହୀ ବ୍ୟକ୍ତିଙ୍କୁ କୋ-ୱିନ୍ ପୋର୍ଟାଲ୍‌ରେ ପଞ୍ଜିକରଣ କରିବାକୁ ପଡ଼ିବ । ଆଗୁଆ ପଞ୍ଜିକରଣ କରି ନଥିଲେ ଅନ୍ ସ୍ପଟ ରେଜିଷ୍ଟ୍ରେସନ୍ କରିପାରିବେ ।

 

Leave A Reply

Your email address will not be published.