Latest Odisha News

BREAKING NEWS

ରଥଯାତ୍ରା ପାଇଁ ତୀର୍ଥଯାତ୍ରୀଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ; ରାଜ୍ୟବାସୀଙ୍କୁ ହସ୍ପିଟାଲରୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାତି ପାହିଲେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଶୁକ୍ରବାର ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ନବଦିନାତ୍ମକ ଯାତ୍ରା କରିବେ ମହାପ୍ରଭୁ। ଶ୍ରୀମନ୍ଦିର ସିଂହଦ୍ବାରରେ ଲାଗିଲେ ତିନି ରଥ ତାଳଧ୍ବଜ-ଦେବଦଳନ-ନନ୍ଦିଘୋଷ। ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ରଥଖଳାରୁ ତିନି ରଥଙ୍କୁ ଟାଣି ସିଂହଦ୍ଵା୍ବାର ସମ୍ମୁଖକୁ ଆଣିଥିଲେ ଭକ୍ତ ଓ ସୁରକ୍ଷାକର୍ମୀ । ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତ ଏବଂ ତୀର୍ଥଯାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ୱାଗତ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, “ବର୍ଷକ ପରେ ରଥଯାତ୍ରା ଆସିଛି। ତିନି ରଥ ଉପରେ ଦେବତାଙ୍କ ଦର୍ଶନ କରିବାର ସମସ୍ତଙ୍କ ପାଇଁ ଏକ ସୁଯୋଗ।” ଭକ୍ତିପୂର୍ଣ୍ଣ ହୃଦୟରେ ତୀର୍ଥନଗରୀ ପରିଦର୍ଶନ କରିବା ସମୟରେ ଶୃଙ୍ଖଳା ବଜାୟ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।

ସେହିପରି ରାଜ୍ୟବାସୀଙ୍କୁ ରଥଯାତ୍ରାର ଶୁଭେଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମୁମ୍ବାଇ କୋକିଳାବେନ ଧୀରୁଭାଇ ଅମ୍ବାନୀ ମେଡିକାଲରୁ ଶୁଭେଛା ଜଣାଇଛନ୍ତି ନବୀନ ପଟ୍ଟନାୟକ। ସର୍ଜରୀ ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ନବୀନ। ଗତକାଲି ଆଇସିୟୁରୁ ରୁମକୁ ସିଫ୍ଟ ହୋଇଥିଲେ। ରବିବାର ମୁମ୍ବାଇର କୋକିଳାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ନବୀନ ପଟ୍ଟନାୟକଙ୍କ ସଫଳତାର ସହ ସର୍ଭାଇକାଲ ଆର୍ଥ୍ରାଇଟିସ ଅପରେସନ ହୋଇଥିଲା। ଆଜି ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଥା ହୋଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଥିଲେ। ବହୁ ଜାତୀୟ ସ୍ତରର ନେତା ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Comments are closed.