Latest Odisha News

ଜୁଲାଇ ୨୯ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ବନ୍ଦ ରହିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଏବେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଥିବାରୁ ଆସନ୍ତା ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ଗତ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ଗତ ୨୨ ତାରିଖ ଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଥିଲା ।

ନୂତନ ସରକାର ଗଠନ ହେବା ପରେ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ କରୁଛନ୍ତି। ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ହେଉଛି ଏହି ଅଭିଯୋଗ ଶୁଣାଣି। ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେଉଥିବା ବେଳେ ଏଥିରେ ତାଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି।

Comments are closed.