Latest Odisha News

BREAKING NEWS

ରାଜ୍ୟରେ ଗୋଟିଏ ଦିନରେ ୪୩ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୩ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୩,୯୪୦ କରୋନା ନମୁନା ପରୀକ୍ଷା ହୋଇଛି।

BjdElectrycity

ଏଥିମଧ୍ୟରୁ ୩୪,୭୦୦ ଜଣଙ୍କର ଆଣ୍ଟିଜେନ, ୭୧୨୩ ଟି ଆରଟିପିସିଆର୍ ଓ ୧୧୭ ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ସୂଚନା ମିଳିଛି ।

ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ବା ଏହାର ପାଖାପାଖି ନମୁନା ପରୀକ୍ଷା ହେବା ଫଳରେ ନମୁନା ପରୀକ୍ଷଣ ସଂଖ୍ୟା ଇତିମଧ୍ୟରେ ୨୫ ଲକ୍ଷ ଟପିଲାଣି ।

ଟେଷ୍ଟିଂ ବଢିବା କାରଣରୁ ରାଜ୍ୟରେ ସଂକ୍ରମିତଙ୍କ ତାଲିକା ମଧ୍ୟ ବଢ଼ିବାରେ ଲାଗିଛି।

ରାଜ୍ୟରେ ଗତ ୨୪ଘଣ୍ଟାରେ ନୂଆ ୪୧୯୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୫ହଜାର ୦୦୫ରେ ପହଞ୍ଚିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୫ ହଜାର ୬୭୩ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧,୧୮,୬୪୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.