ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୯ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୯,୩୯୩ କରୋନା ନମୁନା ପରୀକ୍ଷା ହୋଇଛି।
ଏଥିମଧ୍ୟରୁ ୪୦,୫୧୪ ଜଣଙ୍କର ଆଣ୍ଟିଜେନ, ୮୭୨୮ ଟି ଆରଟିପିସିଆର୍ ଓ ୧୫୧ ଟି ଟ୍ରୁନଟ୍ ପରୀକ୍ଷା ହୋଇଛି ବୋଲି ସୂଚନା ମିଳିଛି ।
ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ବା ଏହାର ପାଖାପାଖି ନମୁନା ପରୀକ୍ଷା ହେବା ଫଳରେ ନମୁନା ପରୀକ୍ଷଣ ସଂଖ୍ୟା ଇତିମଧ୍ୟରେ ୨୫ ଲକ୍ଷ ଟପିଲାଣି ।
ଟେଷ୍ଟିଂ ବଢିବା କାରଣରୁ ରାଜ୍ୟରେ ସଂକ୍ରମିତଙ୍କ ତାଲିକା ମଧ୍ୟ ବଢ଼ିବାରେ ଲାଗିଛି।
ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୦ ହଜାର ୮୦୭ରେ ପହଞ୍ଚିଛି । ଗତକାଲି ନୂଆ ୩୯୧୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଏହାସହ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୪୮୪୯ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୧୫୨୭୯ ଜଣ ଆରୋଗ୍ୟ ଲାଭ କରିଛନ୍ତି।
Comments are closed.