Latest Odisha News

BREAKING NEWS

ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦,୦୪୪ କରୋନା ନମୁନା ପରୀକ୍ଷା ହୋଇଛି।

ଏଥିମଧ୍ୟରୁ ୪୨,୫୧୧ ଜଣଙ୍କର ଆଣ୍ଟିଜେନ, ୭୩୪୫ ଟି ଆରଟିପିସିଆର୍ ଓ ୧୮୮ ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ସୂଚନା ମିଳିଛି ।

ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ବା ଏହାର ପାଖାପାଖି ନମୁନା ପରୀକ୍ଷା ହେବା ଫଳରେ ନମୁନା ପରୀକ୍ଷଣ ସଂଖ୍ୟା ଇତିମଧ୍ୟରେ ୨୫ ଲକ୍ଷ ଟପିଲାଣି ।

ଟେଷ୍ଟିଂ ବଢିବା କାରଣରୁ ରାଜ୍ୟରେ ସଂକ୍ରମିତଙ୍କ ତାଲିକା ମଧ୍ୟ ବଢ଼ିବାରେ ଲାଗିଛି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯୧୨୧ କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ରହିଛି ୩୩୧୮୨ ଓ ସୁସ୍ଥ ହେଲେଣି ୧୦୫୨୯୫ ଜଣ ।

Leave A Reply

Your email address will not be published.