Latest Odisha News

BREAKING NEWS

ରାଜ୍ୟରେ ଗୋଟିଏ ଦିନରେ ୫୧ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୧,୩୨୦ କରୋନା ନମୁନା ପରୀକ୍ଷା ହୋଇଛି।

ଏଥିମଧ୍ୟରୁ ୪୨,୨୦୨ ଜଣଙ୍କର ଆଣ୍ଟିଜେନ, ୯୦୦୬ ଟି ଆରଟିପିସିଆର୍ ଓ ୧୧୨ ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ସୂଚନା ମିଳିଛି ।

ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ବା ଏହାର ପାଖାପାଖି ନମୁନା ପରୀକ୍ଷା ହେବା ଫଳରେ ନମୁନା ପରୀକ୍ଷଣ ସଂଖ୍ୟା ଇତିମଧ୍ୟରେ ୩୦ ଲକ୍ଷ ଟପିଲାଣି ।

ଟେଷ୍ଟିଂ ବଢିବା କାରଣରୁ ରାଜ୍ୟରେ ସଂକ୍ରମିତଙ୍କ ତାଲିକା ମଧ୍ୟ ବଢ଼ିବାରେ ଲାଗିଛି।

ରାଜ୍ୟରେ ଗତ ୨୪ଘଣ୍ଟାରେ ନୂଆ ୩୬୪୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୮ ହଜାର ୬୫୦ରେ ପହଞ୍ଚିଛି ।ଓଡିଶାରେ ମୋଟ୍ ୩୫,୯୨୮ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୨୨୦୨୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୬୪୫ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.