Latest Odisha News

BREAKING NEWS

ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ କରୋନା; ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର: କଂଗ୍ରେସ ବିଧାୟକ ତାରା ବାହିନୀପତି କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାପରେ ତାଙ୍କୁ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏ ନେଇ ତାରା ବାହିନୀପତିଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତି ରବିବାର ସ୍ପଷ୍ଟ କରିଛନ୍ତି।

ତାରା ବାହିନୀପତିଙ୍କଠାରେ କରୋନା ଜନିତ ଲକ୍ଷଣ ଦେଖାଯିବା ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା। ଏହାପରେ ଗତକାଲି ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି ବୋଲି କହିଛନ୍ତି ପତ୍ନୀ। କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ କରୋନା ପରୀକ୍ଷା କରିବାକୁ ନିବେଦନ କରିଛନ୍ତି।

Leave A Reply

Your email address will not be published.