Latest Odisha News

BREAKING NEWS

ଆଜିଠୁ କଂଗ୍ରେସର ତୁଳସୀ ଯାତ୍ରା

ପୁରୀ: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କରୁଛି ‘ତୁଳସୀ ଯାତ୍ରା’ । ଆଜି ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ  ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ , ଯୁବତୀ, ଛାତ୍ର ଛାତ୍ରୀ, ଭକ୍ତଙ୍କ ଠାରୁ ତୁଳସୀ ସଂଗ୍ରହ କରାଯିବ । ଜିଲ୍ଲା କଂଗ୍ରେସ ସଭାପତିଙ୍କ ତତ୍ୱାବଧାନରେ ନଗର/ବ୍ଲକ ସଭାପତିମାନେ ବୁଥ, ୱାର୍ଡ ଓ ପଂଚାୟତ ସଭାପତିଙ୍କ ଜରିଆରେ ତୁଳସୀ ସଂଗ୍ରହ କରିବେ । ପ୍ରତି ବ୍ଲକ ଓ ନଗର କଂଗ୍ରେସ କମିଟି ପକ୍ଷରୁ ଗୋଟିଏ ଲେଖାଏଁ ଗାଡ଼ିରେ ସଂଗୃହୀତ ତୁଳସୀକୁ ଭୁବନେଶ୍ୱର ସ୍ଥିତ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟକୁ ଆଣିବେ ।

ଆଜି ସାରା ରାଜ୍ୟରୁ ସଂଗୃହିତ ତୁଳସୀ ଏବଂ ସଜ ତୁଳସୀ ଧରି ଶ୍ରୀକ୍ଷେତ୍ର ଅଭିମୁଖେ ତୁଳସୀ ଯାତ୍ରା କରାଯିବ । ଶ୍ରୀକ୍ଷେତ୍ରର ଶରଧାବାଲି ଠାରେ ଜଗନ୍ନାଥ ପ୍ରେମୀ , ଭକ୍ତ, କଂଗ୍ରେସ କର୍ମୀ ଓ ନେତୃବୃନ୍ଦ ଏକତ୍ରିତ ହେବେ  । ଏବଂ ଶୋଭାଯାତ୍ରାରେ ଯାଇ ପ୍ରଭୁ ଜଗନ୍ନାଥଙ୍କୁ ତୁଳସୀ ଅର୍ପଣ କରିବେ । ଯଦି ଏହି ଆନ୍ଦୋଳନ ପରେ ସରକାର ଏହି ୬ ଗୋଟି ଦାବିର ସମାଧାନ ପଦକ୍ଷେପ ଗ୍ରହଣ ନକରିବେ ତେବେ ଆନ୍ଦୋଳନର ପରବର୍ତୀ କାର୍ଯ୍ୟକ୍ରମ ଘୋଷଣା କରାଯିବ ।

ପୁରୀ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାରର ଗଣତି, ମଣତି ଓ ମରାମତି ଏବଂ ବେଦାନ୍ତ ଅଧିକୃତ ଜଗନ୍ନାଥଙ୍କ ଅମୃତମଣୋହୀ ଜମି ଓ ଚାଷୀଙ୍କ ଜମିକୁ ଫେରସ୍ତ ସମେତ ଅନ୍ୟାନ୍ୟ ସମୁଦାୟ ୬ ଗୋଟି ଦାବିକୁ ନେଇ ପ୍ରଦେଶ କଂଗ୍ରେସ ପକ୍ଷରୁ ଗତ ଅକ୍ଟୋବର ୧୬ ରେ ପୁରୀ ଠାରେ ବିଶାଳ ସମାବେଶ ଓ ବିକ୍ଷୋଭ ଶୋଭାଯାତ୍ରା କରାଯାଇ ମାନନୀୟ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା । ଦାବି ପୂରଣ ନହେଲେ ପୁଣି ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଥିଲା । କିନ୍ତୁ କିଛି ସୁଫଳ ମିଳିନି  । ଯାହାକୁ ନେଇ କଂଗ୍ରେସ ପକ୍ଷରୁ ତୁଳସୀ ଯାତ୍ରା କରିବାକୁ ନିଷ୍ପତ୍ତି ନେଇଥିଲା ।

Leave A Reply

Your email address will not be published.