Latest Odisha News

BREAKING NEWS

ଓଡିଶାରେ ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୫୩ଶହ ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୩୦୩ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

 

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୩୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୬ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୭ ଜିଲ୍ଲାରୁ ଏହି ୧୪୩ ଜଣ ନୂଆ ଆକ୍ରାନ୍ତ ବାହାରିଥିବା ବେଳେ ତନ୍ମଧ୍ୟରେ ୨ ଜଣ ଏନଡିଆରଏଫ୍ କର୍ମଚାରୀ ବାତ୍ୟା ଅମ୍ଫାନ ସହାୟତା ପାଇଁ ପଶ୍ଚିମବଙ୍ଗକୁ ଯାଇଥିଲେ । ଏହାଛଡା ପାଖାପାଖି ୧୮୬ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୫୬୨ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୭୨୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.