Latest Odisha News

BREAKING NEWS

ରାଜ୍ୟରେ ୧୮ଶହ ପାର କଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୧୮ ଶହ ପାର କରିଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୪ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୩ଟି ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୧୮ ଶହ ୨କୁ ବୃଦ୍ଧି ପାଇଛି ।

ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣେ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଜଣେ ୬୫ବର୍ଷୀୟ ବୃଦ୍ଧ ଓ ଜଣେ ୫୫ବର୍ଷୀୟ ମହିଳା ପ୍ରାଣ ହରାଇଛନ୍ତି । ସେହିପରି ବାଲେଶ୍ୱର ଓ ମାଲକାନଗିରି ଜିଲ୍ଲାରୁ ଆଉ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ ।<

/p>

Leave A Reply

Your email address will not be published.