Latest Odisha News

BREAKING NEWS

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୫୦ ପାର୍‌, ଆଖି ବୁଜିଲେ ଆଉ ୧୭

ଭୁବନେଶ୍ୱର: ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ପ୍ରତିଦିନ ୧୦ରୁ ଅଧିକ ଜଣଙ୍କ ପ୍ରାଣ ନେଉଛି କିଲର ଭାଇରାସ କରୋନା । ଆଜି ପୁଣି କରୋନରେ ଆଉ ୧୭ ଜଣ ଆଖି ବୁୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୯ରେ ପହଂଚିଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି କଟକରୁ ୨ଜଣ, ନୟାଗଡରୁ ୨ଜଣ, ପୁରୀ, ରାୟଗଡା, କେନ୍ଦ୍ରାପଡା, ଜଗତସିଂହପୁର, କଳାହାଣ୍ଡି, ଢ଼େଙ୍କାନାଳ, ବଲାଙ୍ଗିର, ଭଦ୍ରକ ଓ ଅନୁଗୁଳରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୨୭୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୧୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୫୭୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୫୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave A Reply

Your email address will not be published.