Latest Odisha News

BREAKING NEWS

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହ ଓଡ଼ିଶା ସଂସ୍କୃତି ସମ୍ପର୍କିତ ଚିତ୍ରକଳା ଶିବିର ଉଦଯାପିତ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବନ ବିଭାଗ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ମଦନପୁର ସ୍ଥିତ ବିଶ୍ୱ ବିଦ୍ୟାଳୟ ପରିସରରେ ଏକ ବିଶାଳ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶ୍ଵ ବିଦ୍ୟାଳୟର କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଶାସନ ସଚିବ ତଥା ସ୍ଵତନ୍ତ୍ର ରିଲିଫ କମିଶନର ଶ୍ରୀଯୁକ୍ତ ସତ୍ୟବ୍ରତ ସାହୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ କିସମର ପ୍ରାୟ ୪୫୦୦ ବୃକ୍ଷ ରୋପଣ କରାଯାଇଛି।ଏହା ସହ ବିଶ୍ଵ ବିଦ୍ୟାଳୟର ଦୃଶ୍ୟ କଳା ବିଭାଗ ଦ୍ଵାରା ଆୟୋଜିତ ଓଡ଼ିଶାର ସାଂସ୍କୃତିକ ବିଶେଷତ୍ଵ ସମ୍ପର୍କିତ ତିନି ଦିନିଆ ସ୍ଵତନ୍ତ୍ର ଚିତ୍ର କଳା ଶିବିରର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା।

ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ବିଶ୍ଵ ବିଦ୍ୟାଳୟର କୁଳପତି ପ୍ରସନ୍ନ କୁମାର ସ୍ୱାଇଁଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ବୃନ୍ଦ ଏହି ଶିବିରରେ ଦୃଶ୍ୟ କଳା ବିଭାଗର ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ରସ୍ତୁତ ଓଡ଼ିଶାର ବିଭିନ୍ନ ସାଂସ୍କୃତିକ ପରମ୍ପରା ଉପରେ ପର୍ଯ୍ୟବେସିତ ଚିତ୍ରକଳା ଗୁଡିକର ଭୂୟସୀ ପ୍ରଶଂସା କରିଥିଲେ ।ଏହି ଅବସରରେ କୃତି ଛାତ୍ରଛାତ୍ରୀ ଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା  ।

Leave A Reply

Your email address will not be published.