ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଆସନ୍ତା ୫ ତାରିଖରୁ(ବୁଧବାର) ରାଜ୍ୟରେ ୧୪ ଦିନିଆ ଲକଡାଉନ୍ ଘୋଷଣା ହୋଇଛି । ୫ ତାରିଖ ସକାଳ ୫ଟାରୁ ତାଲାବନ୍ଦ । ୧୯ ତାରିଖ ସକାଳ ଯାଏ ଲକ୍ଡାଉନ୍ ଘୋଷଣା କରାଯାଇଛି । ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ଲୋକ ପନିପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଦି କିଣି ପାରିବେ ।
ସ୍ୱାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ । ଅଯଥାରେ ଘରୁ ବାହାରିବାକୁ ମନା କରାଯାଇଛି । ଲକଡାଉନ ଅବଧି ମଧ୍ୟରେ ପୂର୍ବ ଭଳି ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ ବଳବତ୍ତର ରହିବ । ଲକଡାଉନ ସମୟରେ ଟିକାକରଣ ଜାରି ରହିବା ସହ କୋଭିଡ ପରୀକ୍ଷା ପାଇଁ ଅନୁମତି ମିଳିବ । ନିର୍ବାଚନୀ କାର୍ଯ୍ୟ ଉପରେ କୌଣସି କଟକଣା ନ ରହିବା ସହ ପରିବହନ ସେବା କଟକଣା ମୁକ୍ତ ହେବ ।
ରାଜ୍ୟରେ ଚଳିତ ମଇ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ।
ସ୍ବାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ। pic.twitter.com/l7nO7He5Fw— I & PR Department, Odisha (@IPR_Odisha) May 2, 2021
Comments are closed.