Latest Odisha News

ରାଜ୍ୟରେ ଜାନୁଆରୀ ୧୧ରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ରାଜ୍ୟରେ ସ୍କୁଲ ଖୋଲିବା ନେଇ ଘୋଷଣା କରିବା ପରେ ରାଜ୍ୟରେ ଜାନୁଆରୀ ୧୧ରୁ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ନିଷ୍ପତି ନେଇଛନ୍ତି।

ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁଯାୟୀ ଶେଷ ସେମିଷ୍ଟାର ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀ ମାନଙ୍କ ପାଇଁ ରାଜ୍ୟର ଡିଗ୍ରୀ କଲେଜ ଏବଂ ବିଶ୍ୱବିଦ୍ୟାଳୟ ଗୁଡ଼ିକ ପୁନଃ ଖୋଲିବାକୁ ଯାଉଛି |

ତେବେ ଆସନ୍ତା ୧୧ ତାରିଖରୁ କ୍ଲାସ ଆରମ୍ଭ ହେବାକୁ ଥିବା ବେଳେ ମାର୍ଚ୍ଚ ୧୬ରେ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.