Latest Odisha News

କୋରାପୁଟ ଓ ମାଲକାନଗିରି ଜିଲ୍ଲା ଗସ୍ତରେ ପୋଲିସ ଡିଜି ଅଭୟ

ଭୁବନେଶ୍ୱର: ଆଜି କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗସ୍ତରେ ଯାଉଛନ୍ତି ପୋଲିସ ଡିଜି ଅଭୟ । ପ୍ରଥମେ ସେ ସୁନାବେଡ଼ାରେ ପହଞ୍ଚିବେ । କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ପୋଲିସ ଷ୍ଟେସନର ସେ ଉଦଘାଟନ କରିବେ । ପରେ ମାଲକାନଗିରି ଜିଲ୍ଲା ଗସ୍ତରେ ଯିବେ ପୋଲିସ ଡିଜି।

ମାଲକାନଗିରି ଜିଲ୍ଲାରେ ମାଓବାଦୀଙ୍କ ଗତିବିଧି ଓ ମାଓ ଦମନ ରଣନୀତିର ସମୀକ୍ଷା କରିବେ ପୋଲିସ ଡିଜି । ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିବେ । ମାଓ ମୁକାବିଲା ନେଇ ପ୍ରସ୍ତୁତ ହେବ ବ୍ଲୁ-ପ୍ରିଣ୍ଟ । ସେହିପରି ସ୍ୱାଭିମାନ ଅଞ୍ଚଳରେ ପ୍ରତିଷ୍ଠା ହୋଇଥିବା ନୂଆ ବିଏସଏଫ୍ କ୍ୟାମ୍ପ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.