Latest Odisha News

BREAKING NEWS

ଆମ ହସ୍ପିଟାଲ ଯୋଜନା, ପ୍ରକଳ୍ପର ପ୍ରଶାସନିକ ଅନୁମୋଦନ ପାଇଁ ଜିଲ୍ଲାପାଳଙ୍କୁ କ୍ଷମତା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ 5T ନୀତି ଅନୁସାରେ ପ୍ରଣିତ ଆମ ହସ୍ପିଟାଲ ଯୋଜନା ଅନ୍ତର୍ଭୁକ୍ତ ହସ୍ପିଟାଲ ଗୁଡ଼ିକର ରୂପାନ୍ତରଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଆରୋପ କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ପ୍ରକଳ୍ପର ପ୍ରଶାସନିକ ଅନୁମୋଦନ କ୍ଷମତା ସଂପୃକ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି ।

ଫଳରେ ଏଥିପାଇଁ ହେଉଥିବା ବିଳମ୍ବ ଏଡ଼ାଯାଇ ପାରିବ ଏବଂ କ୍ଷେତ୍ରସ୍ତରୀୟ ଆବଶ୍ୟକତା ଅନୁସାରେ ପ୍ରକଳ୍ପରେ ଛୋଟ ମୋଟ ପରିବର୍ତ୍ତନ କରାଯାଇ ପାରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞନ ପୂଜାରୀ କହିଛନ୍ତି ।

ପ୍ରକଳ୍ପର ପ୍ରସ୍ତୁତି, ଏହାର ଅନୁମୋଦନ, କାର୍ଯ୍ୟାୟନ ସଂସ୍ଥା ଚୟନ, କ୍ଷେତ୍ରସ୍ତରୀୟ ଅନୁଧ୍ୟାନ, ଅଗ୍ରଗତି ସମୀକ୍ଷା ଏବଂ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଆଦି କ୍ଷମତା ଜିଲ୍ଲାସ୍ତରୀୟ କମିଟିକୁ ପ୍ରଦାନ କରାଯାଇଛି ବୋଲି ବିଭାଗୀୟ ଶାସନ ସଚିବ ଶାଳିନୀ ପଣ୍ଡିତ୍ କହିଛନ୍ତି । ଏ ବିଷୟରେ ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରପରୁ କାର୍ଯ୍ୟାଳୟ ବିଜ୍ଞାପନ ସଂଖ୍ୟା – ୬୩୪୦ ରେ ସବିଶେଷ ଆଦେଶନାମା ଓଡ଼ିଶା ଗ୍ୟାଜେଟରେ ପ୍ରକାଶ ହେବାସହ ଜିଲ୍ଲାପାଳମାନଙ୍କୁ ଜଣାଇ ଦିଆଯାଇଛି ।

Leave A Reply

Your email address will not be published.