Latest Odisha News

ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ

ଭୁବନେଶ୍ଵର: ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ରହିଛି ୧, ୬୧, ୪୩୭ ଟଙ୍କା । ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ନେଇ ଆକଳନ କରାଯାଇଛି । ୨୦୧୫-୧୬ ପରଠାରୁ ଓଡ଼ିଶାର ମୁଣ୍ଡପିଚ୍ଛା ଆୟ ୧୨.୧ ପ୍ରତିଶତ ସିଏଜିଆରରେ ବୃଦ୍ଧି ପାଇଥିବାବେଳେ ୧୭ଟି ପ୍ରମୁଖ ରାଜ୍ୟ ତାଲିକାରେ ଓଡ଼ିଶା ୨୦୨୨-୨୩ରେ ୧୧ତମ ସ୍ଥାନରେ ରହିଛି। ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ଆକଳନ କରାଯାଇଛି। ୨୦୨୨-୨୩ରେ ରାଜ୍ୟର ଅଭିବୃଦ୍ଧି ହାର ଥିଲା ୭.୯ ପ୍ରତିଶତ ଥିଲା। ଶିଳ୍ପ ଓ ସେବା କ୍ଷେତ୍ରରେ ଉଚ୍ଚ ଅଭିବୃଦ୍ଧି ଯୋଗୁଁ ଏହା ସମ୍ଭବ ହୋଇପାରିଛି।

ଏହି ଗୋଟେ ବର୍ଷ ଭିତରେ ରାଜ୍ୟର ପ୍ରାୟ ୬୨ ଲକ୍ଷରୁ ଅଧିକ ଲୋକ ଦାରିଦ୍ର୍ୟରୁ ମୁକ୍ତ ହେଇଛନ୍ତି ବୋଲି ଅର୍ଥନୈତିକ ସର୍ଭେ ରିପୋର୍ଟରେ କୁହାଯାଇଛି। କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅଭିବୃଦ୍ଧି ୩.୫ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ୨୦୧୯-୨୦ରେ ବିତ୍ତୀୟ ନିଅଣ୍ଟ ୩.୫% ଥିଲା । ୨୩-୨୪ରେ ୩.୧%କୁ ହ୍ରାସ ହୋଇଥିଲା । ୨୦୨୨-୨୩ରେ ଧାନ ଉତ୍ପାଦନ ୧୪୧.୪ ଲକ୍ଷ ମେଟ୍ରିକ ଟନ୍‌କୁ ବୃଦ୍ଧି ପାଇଥିଲା ।  ତେବେ ୨୦୨୧-୨୨ରେ ଓଡ଼ିଶା ଦେଶର ପଞ୍ଚମ ବୃହତ୍ତ ଧାନ ଉତ୍ପାଦନକାରୀ ରାଜ୍ୟ ହୋଇଥିଲା ।

ସେହିପରି ଶିଳ୍ପକ୍ଷେତ୍ରର ଅଭିବୃଦ୍ଧି ହାର ୮.୭ ପ୍ରତିଶତ, ସେବା କ୍ଷେତ୍ରର ଅଭିବୃଦ୍ଧି ହାର ୯.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ମହିଳା ସାକ୍ଷରତା କ୍ଷେତ୍ରରେ ଓଡ଼ିଶାର ଅଗ୍ରଗତି ଘଟିଛି। ୭ ବର୍ଷ ବୟସରୁ ଉର୍ଦ୍ଧ୍ବ ମହିଳା ସାକ୍ଷରତା ହାର ୨୦୦୧ (ଜନଗଣନା)ରେ ୫୦.୫ ପ୍ରତିଶତଥିବା ବେଳେ ୨୦୨୨-୨୩ରେ ଏହା ୭୩.୬ ପ୍ରତିଶତକୁ ବୃଦ୍ଧି ପାଇଛି।

Comments are closed.