Latest Odisha News

BREAKING NEWS

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର: କରୋନା ସଂକ୍ରମଣରେ ମୃତ୍ୟୁ ବରଣ କରିଥିବା ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲର ଅଧ୍ୟକ୍ଷ ବିଜୟ କୁମାର ସାହୁଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶୁକ୍ରବାର ଦିନ ଅନ୍ତିମ ବିଦାୟ ଦିଆଯାଇଛି।

ଶ୍ରୀ ସାହୁଙ୍କ ମୃତଦେହ ଆଜି ସକାଳ ପ୍ରାୟ ୯ ଟା ସମୟରେ ହାଇଦ୍ରାବାଦରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ (5T) ସଚିବ ଭି.କେ ପାଣ୍ଡିଆନ୍, ମିଶନ ଶକ୍ତି ବିଭାଗ ସଚିବ ସୁଜାତା ଆର କାର୍ତ୍ତିକେୟନ୍, ପୋଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏବଂ ପରିବାର ସଦସ୍ୟମାନେ ଉପସ୍ଥିତ ଥିଲେ।

ଗୁରୁବାର ଦିନ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିଲା।

Comments are closed.