Latest Odisha News

BREAKING NEWS

ରାଜ୍ୟରେ ୧୩ ଶହ ପାର କଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ୧୩ ଶହ ପାର କରିଛି କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୧ ଜଣ ମୃତ୍ୟୁବରଣ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ୮ ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩ ଶହ ୮କୁ ବୃଦ୍ଧି ପାଇଛି ।

ଗତ ୨୪ ଘଣ୍ଟାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪ ଜଣ ମହିଳା ଓ ୭ ଜଣ ପୁରୁଷ ଅଛନ୍ତି । ସମସ୍ତଙ୍କ ବୟସ ୪୦ବର୍ଷରୁ ଅଧିକ ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ପ୍ରାଣ ହରାଇଛନ୍ତି । ଏମାନଙ୍କ ମଧ୍ୟରେ ଭୁବନେଶ୍ୱରରୁ ଅଛନ୍ତି ୨ ଜଣ । ସେହିପରି କଟକରୁ ଆଉ ଦୁଇ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ ।

ଅନୁଗୋଳ, ରାୟଗଡ଼ା, ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ମୋଟ୍ ମୃତ୍ୟୁସଂଖ୍ୟା ୧ ହଜାର ୩୦୮ ଛୁଇଁଛି । ରାଜ୍ୟରେ ମୃତ୍ୟୁହାର ରହିଛି ୦.୪୫% ।

Leave A Reply

Your email address will not be published.