Latest Odisha News

ରାଜ୍ୟରେ ୨ ଦିନ ଯାଏଁ କମିବ ତାତି

ଭୁବନେଶ୍ୱର: ଆଗାମୀ ଦୁଇ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ରାଜ୍ୟର ୧୦ଟି ସ୍ଥାନରେ ତାପମାତ୍ରା ୪୦ ରୁ ୪୩ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିଲା। ବୌଦ୍ଧରେ ସର୍ବାଧିକ ୪୩ ଡିଗ୍ରୀ ସେଲସିୟସ ରହିଥିଲା ବେଳେ ବଲାଙ୍ଗୀର (୪୨.୨) ଏବଂ ସମ୍ବଲପୁର (୪୧.୬) ରେକର୍ଡ ହୋଇଥିଲ।।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ଆସନ୍ତା ଦୁଇ ଦିନ ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି।

Comments are closed.