Latest Odisha News

୪ ଜିଲ୍ଲା ଉପରେ ମୁଖ୍ୟମନ୍ତ୍ରୀଙ୍କ ଫୋକସ୍‌

ଭୁବନେଶ୍ୱର: ଅର୍ଥ ଅଭାବରୁ କେହି ଜଣେ ବି ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ । ଏନେଇ ଆଜି ଭିଡିଓ କନଫରେନ୍ସିଂହରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସେ କହିଛନ୍ତି, କୋଭିଡ୍‌ ଚିକିତ୍ସା ପାଇଁ ରାଜ୍ୟ ସରକାର ରୋଗୀଙ୍କୁ ଖାଇବା, ରହିବା, ଔଷଧ ଖର୍ଚ୍ଚ, ପରିବହନ ଆଦି ସବୁ ସୁବିଧା ମାଗଣାରେ ଯୋଗଇ ଦେଉଛନ୍ତି ।

କୋଭିଡ଼ ରୋଗୀଙ୍କୁ ସମସ୍ତ ସୁବିଧା ଯୋଗାଯାଉଛି । ଲକ୍ଷଣ ପ୍ରକାଶ ପାଇବା ମାତ୍ରେ ସ୍ୱେଚ୍ଛାକୃତ ଭାବେ ଟେଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ରାଜ୍ୟର ୪ଜିଲ୍ଲାକୁ ଅଧିକ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ୪ଜିଲ୍ଲାଗୁଡ଼ିକ ଖୋର୍ଦ୍ଧା, ସୁନ୍ଦରଗଡ଼, କଟକ ଓ ଯାଜପୁର ୁପରେ ଅଧିକ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି। ରୋଗକୁ ଭୟ ନ କରି ଚିକିତ୍ସା ପାଇଁ ଆଗେଇ ଆସିବା ସହିତ ରୋଗୀଙ୍କୁ ଘୃଣା ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ଏହା ସହ ତିନୋଟି ସରକାରୀ ମେଡିକାଲ କଲେଜରେ ଅତିରିକ୍ତ RT-PCR Machine ସ୍ଥାପନ କରିବା, ରାଜ୍ୟରେ ଲାବ୍‌ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ହୋଇଛି । ୧୫ ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରରେ ପ୍ଲାଜମା ଦାତାଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ନିଷ୍ପତ୍ତି ହୋଇଛି।

Leave A Reply

Your email address will not be published.