ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଆଉ ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଉଛନ୍ତି । ତେଣୁ ଏହି କ୍ଷେତ୍ରରେ ମହିଳାଙ୍କ ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ । ଘର ଭିତରେ ମହିଳାମାନେ ତଥା ସବୁ ମାଆମାନେ ପୋଲିସ ହେବା ଦରକାର । ପରିବାର ଲୋକଙ୍କୁ ଘରୁ ଗୋଡ ନ କାଢ଼ିବାକୁ ତାଗିଦ କରନ୍ତୁ ବୋଲି ମିଶନଶକ୍ତିର କମିଶନର ସୁଜାତା କାର୍ତ୍ତିକେୟନ କହିଛନ୍ତି।
ମାଆମାନେ ଘରର ପୋଲିସ ହୋଇ ନିଜ ପରିବାର ସଦସ୍ୟଙ୍କୁ ବାହାରକୁ ନବାହାରିବା ପାଇଁ କହିବେ । ଆବଶ୍ୟକ ନଥିଲେ ଅଯଥାରେ ବାହାରକୁ ବାହାରିବେନି । ସବୁଦିନ ସଜ ପରିବା ବଜାରରୁ ଆଣିବା ଏଭଳି ସମୟରେ ଟିକେ ଦୂରାନ୍ତୁ । ତେବେ କରୋନା ଔଷଧ ଆମ ହାତରେ ଅଛି, ତେଣୁ ଘରେ ରହି କରୋନାକୁ ହରାଇବାକୁ ମାଆମାନଙ୍କୁ ସୁଜାତା କାର୍ତ୍ତିକେୟନ ପରାମର୍ଶ ଦେଇଛନ୍ତି ।
ସେ ଆହୁରି କହିଛନ୍ତି ଯେ, କରୋନା ବିରୋଧୀ ଲଢେ଼ଇରେ ମିଶନଶକ୍ତିର ମହିଳାମାନଙ୍କ ବେଶ୍ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି । ସ୍ୱଂୟ ସହାୟିକା ଗୋଷ୍ଠୀର ମହିଳାମାନେ ବିଭିନ୍ନ ସ୍ଥାନରେ ରାସନ ଦୋକାନ ଖୋଲିବା ସହ ଲୋକଙ୍କ ପାଖରେ ମୋବାଇଲ ଭ୍ୟାନ ଜରିଆରେ ସେବା ପହଞ୍ଚାଇଛନ୍ତି । ଅସହାୟଙ୍କୁ ରନ୍ଧାଖାଦ୍ୟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ମିଶନ ଶକ୍ତିର ମହିଳାମାନେ ବି ବିଭିନ୍ନ ଜିଲ୍ଲାରେ ରନ୍ଧାଖାଦ୍ୟ ଯୋଗାଇଛନ୍ତି । ତେବେ ଆଜି ପର୍ୟ୍ୟନ୍ତ ୨୫ ଲକ୍ଷ ରନ୍ଧାଖାଦ୍ୟ ଅସହାୟଙ୍କୁ ଯୋଗାଇଥିବା ବେଳେ ଆଗକୁ ମଧ୍ୟ ମହିଳାମାନେ ଏହି କାମ ଜାରି ରଖିବେ । ତେବେ ବଜାରରେ ଯେତେବେଳେ ମାସ୍କର ଅଭାବ ଦେଖା ଦେଇଥିଲା । ସେତେବେଳେ ମହିଳାମାନେ ଲୋକଙ୍କ ପାଖରେ ମାସ୍କ ପହଞ୍ଚାଇବାକୁ ନିଜେ ସିଲେଇ କରି ମାସ୍କ ବାଣ୍ଟିଛନ୍ତି ବୋଲି ସୁଜାତା କାର୍ତ୍ତିକେୟନ କହିଛନ୍ତି ।
BREAKING NEWS
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
- ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
- ୨୭ ବର୍ଷ ପରେ ଭାରତ ମାଟିରେ ନ୍ୟୁଜିଲାଣ୍ଡ ଓପନରଙ୍କ କୀର୍ତିମାନ
- ମିଚେଲ, କନୱେ, ନିକୋଲସଙ୍କ ଅର୍ଦ୍ଧଶତକ: ସିରିଜରୁ ଓହରିଲେ ପନ୍ତ
- କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ଉଦ୍ଘାଟିତ
- S-400 Squadron: ଭାରତୀୟ ସେନାରେ ସାମିଲ ହେବାକୁ ଯାଉଛି ଆଉ ଏକ ହିରୋ: ପାକିସ୍ତାନ, ଚୀନର ନିଦ ହଜାଇବ ଏହି ପ୍ରତିରକ୍ଷା ପ୍ରଣାଳୀ…
Comments are closed.