କଟକ: କଟକ ଜିଲ୍ଲା ସାଲେପୁର ଓ ନିଶ୍ଚିନ୍ତ କୋଇଲିରୁ ହଟଲା କଂଟେନମେଂଟ ଜୋନ୍ କଟକଣା । ଏହି ଅଂଚଳକୁ ଅବରୋଧ ମୁକ୍ତ ଭାବେ ଘୋଷଣା କରାଯାଇଛି । ଏହି ଅଂଚଳରେ ସମସ୍ତ ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ଅବରୋଧ କଟକଣା ପ୍ରତ୍ୟାହାର କଲା ଜିଲ୍ଲା ପ୍ରଶାସନ ।
ଯାଜପୁରରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ କଟକ ଜିଲ୍ଲାର ସାଲେପୁର ଓ ନିଶ୍ଚିତକୋଇଲି ଅଂଚଳକୁ ଯାଇଥିବା କାରଣରୁ ଏହି ଦୁଇ ଅଂଚଳକୁ ଅବରୋଧ ଅଂଚଳ ଘୋଷଣା କରିଥିଲା ଜିଲ୍ଲା ପ୍ରଶାସନ । ଅନ୍ୟପଟେ କଟକ ବକ୍ସି ବଜାର ଅଂଚଳରେ ଲାଗୁ ହୋଇଥିବା କଂଟେନମେଂଟ୍ ଜୋନ୍ କଟକଣା ମଧ୍ୟ ହଟିଛି । କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ୍ ଆସିବା ପରେ ବକ୍ସିବଜାର ନିକଟ ପଟାପୋଲ ଅଂଚଳରୁ କଟକଣା ହଟାଯାଇଛି ।
କିଛି ଦିନ ତଳେ କଟକର ବକ୍ସିବଜାର ଅଂଚଳରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସଂପୃକ୍ତ ଆକ୍ରାନ୍ତଙ୍କୁ ସ୍ୱତନ୍ତ୍ର କୋଭିଡ ହସପିଟାଲରେ ଭର୍ତି କରାଯିବା ସହ ଚିକିତ୍ସା କରାଯାଇଥିଲା । ଏହାପରେ ସଂପୃକ୍ତ ଅଂଚଳକୁ କଂଟେନମେଂଟ ଜୋନ୍ ଘୋଷଣା କରାଯାଇ ସିଲ କରାଯାଇଥିଲା।
BREAKING NEWS
- Gold Silver Price: ପୁଣି ରେକର୍ଡ କଲା ସୁନା-ରୂପା ଦର, ଜାଣନ୍ତୁ ଆଜି କେତେ ରହିଛି…
- ରାୟଗଡ଼ାରେ ସଡକ ଦୁର୍ଘଟଣାରେ ୨ ଭାଇଙ୍କ ମୃତ୍ୟୁ
- ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ, ‘X’ ଛାଡ଼ିବା ନେଇ ଦେଲେ ଗୁରୁତ୍ୱପୂର୍ଣ୍ଣ ସୂଚନା
- ଏଥର କୋହଲିଙ୍କ ନଜର ଜୟସୂରିୟାଙ୍କ ରେକର୍ଡ ଉପରେ
- ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ
- ସିବିଆଇ ଅଫିସରେ ଥାଲାପତି ବିଜୟ…
- ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
- Vande Mataram: ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ
- ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର ବାକିତକ ମ୍ୟାଚରୁ ଓହରିଲେ ୱାଶିଂଟନ ସୁନ୍ଦର
Comments are closed.