Latest Odisha News

BREAKING NEWS

ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ମନା

ଭୁବନେଶ୍ବର: ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ମନା  । ଭୋଟରଙ୍କୁ ମୋବାଇଲ ନେବାକୁ ବାରଣ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ବାରଣ ନେଇ ପ୍ରେସମିଟ୍‌ କରି ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ଏପରିକି ବୁଥ୍ ଭିରତକୁ ସ୍ମାର୍ଟ ୱାଚ୍ ପିନ୍ଧି ଯିବା ଉପରେ ମଧ୍ୟ କଟକଣା ଲାଗିଛି

ଆଜି ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ  । ନେତା ବାଛୁଛନ୍ତି ଜନତା ।  ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ଅସହ୍ୟ ଗରମ ସତ୍ତ୍ୱେ ଲମ୍ବା ଧାଡିରେ ବୁଥ୍‌ରେ ଭୋଟରମାନେ ଭୋଟ ଦେବା ପାଇଁ ଚିଡା ହୋଇଛନ୍ତି ।

ତୃତୀୟ ପର୍ଯ୍ୟାୟରେ ୧୦,୫୫୧ ବୁଥ କରାଯାଇଛି। ୨୦ ପ୍ରତିଶତ ସମ୍ବେଦନଶୀଳ ପୋଲିଂ ଷ୍ଟେସନ ଚିହ୍ନଟ ହୋଇଛି । ୧୫ ଶହ ବୁଥ୍ ସଂପୂର୍ଣ୍ଣ ଭାବେ ମହିଳା କର୍ମଚାରୀଙ୍କ ଦ୍ବାରା ପରିଚାଳିତ ହେଉଥିବା ବେଳେ ୩୦ଟି ବୁଥ୍ ସଂପୂର୍ଣ୍ଣ ଭାବେ ଦିବ୍ୟାଙ୍ଗ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେଉଛି । ୨ ହଜାର ମଡେଲ ପୋଲିଂ ଷ୍ଟେସନର ବ୍ୟବସ୍ଥା କରାଯାଇଛି । ଏହି ପର୍ଯ୍ୟାୟରେ ପ୍ରାୟ ୭୦ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି । ସେହିପରି ଦେଶରେ ଆରମ୍ଭ ହୋଇଛି ଷଷ୍ଠ ପର୍ଯ୍ୟାୟ ମତଦାନ । ୫୮ଟି ସଂସଦୀୟ କ୍ଷେତ୍ର ପାଇଁ ଆରମ୍ଭ ହୋଇଛି ମତଦାନ ।

Leave A Reply

Your email address will not be published.