ଭୁବନେଶ୍ବର: ପୁଣି ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାର ଦୁଇଜଣ ଅଧିକାରୀଙ୍କୁ ବଦଳି କରି ଆଇଏଏସ୍ କ୍ୟାଡରରେ ଏକ ଛୋଟିଆ ଅଦଳବଦଳ କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପକ୍ରକାଶ ପାଇଛି ।
୨୦୧୧ ବ୍ୟାଚ୍ ଆଇଏଏସ୍ ଅଧିକାରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଓଡ଼ିଶା ରାଜ୍ୟ ନାଗରିକ ଯୋଗାଣ ନିଗମ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ବା ଏମଡି ଭାବରେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ସେ ପୂର୍ବରୁ ରାଜ୍ୟରେ ଲଘୁ ଖଣିଜ ଦ୍ରବ୍ୟ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଥିଲେ । ବର୍ତ୍ତମାନ ସେ ୨୦୧୩ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଶୁଭମ୍ ସକ୍ସେନାଙ୍କ ସ୍ଥାନ ନେଇଛନ୍ତି । ଯାହାଙ୍କୁ ଓଡ଼ିଶାରେ କୃଷି ଏବଂ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି ।
ସେହିପରି ୨୦୧୧ ବ୍ୟାଚର ସମର୍ଥ ବର୍ମାଙ୍କୁ ବୈଷୟିକ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶକଙ୍କୁ କ୍ଷୁଦ୍ର ଖଣିଜ ଦ୍ରବ୍ୟ ନିର୍ଦ୍ଦେଶକ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ବର୍ତ୍ତମାନ ସେ ଡିଟିଇଟି ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ ।
Comments are closed.