Latest Odisha News

BREAKING NEWS

ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ ସଂଶୋଧିତ

ଭୁବନେଶ୍ୱର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି । ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ୫୪୦୦ ଓ ତାଠୁ ଅଧିକ ଗ୍ରେଡ୍ ପେ ପାଉଥିବା କର୍ମଚାରୀଙ୍କ GIS ବାବଦ ଦେୟକୁ ୧୨ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

କର୍ମଚାରୀଙ୍କ ପାଇଁ GIS ଏକ ସାମାଜିକ ସୁରକ୍ଷା ଯୋଜନା । ଚାକିରୀରେ ଥିବା ବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ । ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ  ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତାଠୁ ଗ୍ରେଡ୍ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା ।

ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ୍ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ ।

ସେହିପରି ଅନ୍ତେଷ୍ଟିକ୍ରିୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବା ବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ GIS ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ ।

Leave A Reply

Your email address will not be published.