Latest Odisha News

BREAKING NEWS

ଗଣତନ୍ତ୍ର ଦିବସ ପାଇଁ ଗାଇଡ୍‌ଲାଇନ୍ ଜାରି

ଭୁବନେଶ୍ଵର : ଗତ ବର୍ଷ ଭଳି ଏଥର ମଧ୍ୟ କରୋନା ମହାମାରୀ ପ୍ରକୋପ ମଧ୍ୟରେ ପାଳନ ହେବ ଗଣତନ୍ତ୍ର ଦିବସ । ଏ ନେଇ ମଙ୍ଗଳବାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ନିର୍ବାଚନ କମିଶନର । ପଞ୍ଚାୟତ ନିର୍ବାଚନ ପାଇଁ ଆଚରଣ  ବିଧି ଲାଗୁ ହୋଇଥିବାରୁ ଏଥର ଅତିଥିଙ୍କ ଭାଷଣରେ ରହିବନି ସରକାରୀ ସଫଳତାର ଚିତ୍ର ।

ନିର୍ବାଚନ କମିଶନଙ୍କ ମାର୍ଗଦର୍ଶିକା ଅନୁଯାୟୀ, ଏଥର ଗଣତନ୍ତ୍ର ଦିବସ ସମାରୋହରରେ କୌଣସି ମନ୍ତ୍ରୀ ବା ରାଜନୈତିକ କର୍ମକର୍ତ୍ତା ନିଜ ଜିଲ୍ଲାରେ ଅତିଥି ହୋଇ ପାରିବେ ନାହିଁ । ପରେଡ୍‌ରେ ସାମିଲ୍ ହୋଇ ପାରିବ ନାହିଁ ସରକାରୀ ଯୋଜନା ଏବଂ ସଫଳତାର ଚିତ୍ର ବହନ କରୁଥିବା ପ୍ରଜ୍ଞାପନ।

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ କେହି ବି ସରକାରୀ ସଫଳତାର କଥା କହିବେ ନାହିଁ । କେବଳ ରାଷ୍ଟ୍ର, ସ୍ଵାଧୀନତା ସଂଗ୍ରାମୀ ଏବଂ ସହିଦଙ୍କ ସଂପର୍କରେ ନେତା, ମନ୍ତ୍ରୀ ଭାଷଣ ଦେବେ ।

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ହୋଇ ପାରିବ ବୋଲି ନିର୍ବାଚନ କମିଶନର କହିଛନ୍ତି ।

Comments are closed, but trackbacks and pingbacks are open.