Latest Odisha News

BREAKING NEWS

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ରଥଯାତ୍ରା ପାଇଁ ୨ ଦିନ ସରକାରୀ ଛୁଟି । ବିରଳ ତିଥି ଅନୁଯାୟୀ ଏଥର ରଥଯାତ୍ରା ଦୁଇଦିନ ପଡୁଥିବାରୁ ଉକ୍ତ ଦୁଇଦିନକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ପୁରୀରେ ରଥଯାତ୍ରା ସମୀକ୍ଷା ବୈଠକରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ବିଧିବଦ୍ଧ ଭାବରେ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି ।

ତେବେ ଆସନ୍ତା ୭ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ଜାରି ରହିଥିବା ଥିବା ବେଳେ ଏବେଠାରୁ ଶ୍ରୀକ୍ଷେତ୍ର ଧାମ ଚଳଚଞ୍ଚଳ ହେବା ଆରମ୍ଭ ହୋଇଗଲାଣି ।

ସେପଟେ ୫୩ ବର୍ଷ ପରେ ଅର୍ଥାତ ୧୯୭୧ ମସିହା ପରେ ଚଳିତବର୍ଷ ଆହ୍ବାନପୂର୍ଣ୍ଣ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଯେଉଁଥିରେ ମହାପ୍ରଭୁ ୧୩ ଦିନିଆ ଅଣସର ବିଜେ କରିବେ । ଏଥିସହିତ ଗୋଟିଏ ଦିନରେ ନେତ୍ରୋତ୍ସବ,ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡୁଛି । ତେଣୁ ଏଥର ୧୯୭୧ ଆଧାରରେ ସମସ୍ତ କାର୍ଯ୍ୟ ହେବ । ଯେଉଁଥିରେ ରଥଯାତ୍ରା ବିଳମ୍ବରେ ପଡୁଛି । ଅର୍ଥାତ୍ ଅପରାହ୍ଣ ୫ଟାରେ ରଥଟଣା କାର୍ଯ୍ୟକ୍ରମ ରହିଛି । ତେଣୁ ଏଥର ୨ ଦିନ ରଥଯାତ୍ରା ପଡିଛି । ଯାହାକୁ ନେଇ ଏମିତି କିଛି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜୁଲାଇ ୭ ଓ ୮ ତାରିଖକୁ ସରକାରୀ ଛୁଟି ଘୋଷଣା କରିଛନ୍ତି ।

ତେବେ କହିରଖୁଛୁ, ରଥଯାତ୍ରା ନେଇ ପୁରୀ ଟାଉନ ହଲରେ ମଙ୍ଗଳବାର ସ୍ବତନ୍ତ୍ର ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଭିନ୍ନ ବିଭାଗୀୟ ମନ୍ତ୍ରୀ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇସାରିଛି । ମହାପ୍ରଭୁଙ୍କ ସେବାୟତ ମାନେ ମଧ୍ୟ ଉପସ୍ଥିତ ରହିଥିଲେ । ରଥଯାତ୍ରା ଦିନ ଭକ୍ତ କିପରି ଶୃଙ୍ଖଳିତ ଦର୍ଶନ କରିବେ, ପାନୀୟ ଜଳ ଓ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣକୁ ବୈଠକରେ ଗୁରୁତ୍ବ ଦିଆଯାଇଛି ।  ବୈଠକରେ କିଛି ଏମିତି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.