ଭୁବନେଶ୍ୱର: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ ଗ୍ରହଣ କରିବେ ବୋଲି ଜଣାପଡ଼ିଛି । ରାଜ୍ୟର ମୋହନ ମାଝୀ ସରକାର ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ସେପ୍ଟେମ୍ବର ୨୭ତାରିଖରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ । ଆଉ ଶ୍ରୀ ଷଡ଼ଙ୍ଗୀ ନିଜର ନୂଆ ଦାୟିତ୍ୱ ସମ୍ଭାଳିବା ପାଇଁ ସେପ୍ଟେମ୍ବର ୩୦ତାରିଖରେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନିମନ୍ତେ ଆବେଦନ କରିଥିଲେ । ଏହାସହିତ ସେ ସର୍ବଭାରତୀୟ ସେବା ରୁଲସ-୧୯୫୮ର ପ୍ରାବଧାନ ଆଧାରରେ ସମସ୍ତ ଅବସରକାଳୀନ ସୁବିଧା ପାଇପାରିବେ ବୋଲି ଏହି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।
BREAKING NEWS
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!

Comments are closed.