ଭୁବନେଶ୍ୱର: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ ଗ୍ରହଣ କରିବେ ବୋଲି ଜଣାପଡ଼ିଛି । ରାଜ୍ୟର ମୋହନ ମାଝୀ ସରକାର ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ସେପ୍ଟେମ୍ବର ୨୭ତାରିଖରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ । ଆଉ ଶ୍ରୀ ଷଡ଼ଙ୍ଗୀ ନିଜର ନୂଆ ଦାୟିତ୍ୱ ସମ୍ଭାଳିବା ପାଇଁ ସେପ୍ଟେମ୍ବର ୩୦ତାରିଖରେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନିମନ୍ତେ ଆବେଦନ କରିଥିଲେ । ଏହାସହିତ ସେ ସର୍ବଭାରତୀୟ ସେବା ରୁଲସ-୧୯୫୮ର ପ୍ରାବଧାନ ଆଧାରରେ ସମସ୍ତ ଅବସରକାଳୀନ ସୁବିଧା ପାଇପାରିବେ ବୋଲି ଏହି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।
BREAKING NEWS
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ
- ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍

Comments are closed.