ଭୁବନେଶ୍ୱର: ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହଜାର ଟଙ୍କାର ପେନସନ ମିଳିବ ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଏ ବିଷୟରେ ଘୋଷଣା କରିଥିଲେ । ଆଜି ଏ ସଂପର୍କରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ ।
୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ ।
ସୂଚନାଯୋଗ୍ୟ ଯେ, ୨୫ ଜୁନ୍ ୧୯୭୫ ମସିହାରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଦେଶର ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ଅନେକ ସଂଗ୍ରାମୀ ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲେ ।