Latest Odisha News

BREAKING NEWS

ଲାଂଚୁଆ ଅଫିସରଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡା କାର୍ଯ୍ୟାନୁଷ୍ଠାନ; ୬ଜଣଙ୍କ ପେନସନ ବନ୍ଦ

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଓଡିଶା ସରକାର ସୋମବାର ଦିନ ୮ଜଣ ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ଉପରେ ଦୃଢ଼ କାଯ୍ୟାନୁଷ୍ଠାନ ନେଇଛନ୍ତି ।

BjdElectrycity

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସରକାର ସ୍ଥାୟୀ ଭାବେ ୬ଜଣ କର୍ମଚାରୀଙ୍କ ପେନସନ ବନ୍ଦ କରିଦେଇଛନ୍ତି ଏବଂ ଦୁଇ ଜଣ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଯେଉଁ ୬ଜଣ କର୍ମଚାରୀଙ୍କ ପେନସନ ବନ୍ଦ କରି ଦିଆଯାଇଛି, ସେମାନେ ହେଲେ- ଓବିସିସିର ଯନ୍ତ୍ରୀମୁଖ୍ୟ ତଥା ପରିଚାଳନା ନିର୍ଦ୍ଦେଶକ ସୁଧୀର କୁମାର ବଜେନ୍ଦ୍ର ନାରାୟଣ, ଓବିସିସିର ବରିଷ୍ଠ ପ୍ରୋଜେକ୍ଟ ମ୍ୟାନେଜର ଅରୁଣ ଚରଣ ପରିଡା, ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ସବ୍‌-ଡିଭିଜନ କାମାକ୍ଷାନଗରର ପ୍ରମୋଦ କୁମାର ବେହେରା, ପୁରୀ ଗ୍ରାମ୍ୟ ଉନ୍ନୟନ ବିଭାଗର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ବ୍ରଜସୁନ୍ଦର ପଟ୍ଟନାୟକ, କଟକ ମହାନଗର ନିଗମର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଖଗେଶ୍ୱର ସ୍ୱାଇଁ ଓ ସମ୍ବଲପୁରର ରାସ୍ତା ଓ କୋଠାବାଡି ଡିଭିଜନର ଅବସରପ୍ରାପ୍ତ ଅଧୀକ୍ଷଣ ଯନ୍ତ୍ରୀ ବିବେକାନନ୍ଦ ମହାନ୍ତି ।

ଯେଉଁ ଦୁଇ ଜଣ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି, ସେମାନେ ହେଲେ- କଳାହାଣ୍ଡି ଜିଲ୍ଲାର କୋକସରା ତହସିଲର ରେଭେନ୍ୟୁ ଇନ୍ସପେକ୍ଟର ଇଶ୍ୱରୀ ପ୍ରସାଦ ପୁରୋହିତ ଓ ସୋନପୁର ଜିଲ୍ଲା ବୀରମହାରାଜପୁର ତହସିଲର ରେଭେନ୍ୟୁ ଇନ୍ସପେକ୍ଟର ଅରୁଣ କୁମାର ପୁରୋହିତ ।

ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଏହି ୮ଜଣ କର୍ମଚାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଥିଲା । ଏହା ସହିତ ମୋଟ ୭୪ଜଣ କର୍ମଚାରୀଙ୍କୁ ଚାକିରୀରୁ ବହିଷ୍କାର କରିଦିଆଯାଇଛି । ଯେବେକି ୧୫ଜଣ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Leave A Reply

Your email address will not be published.