Latest Odisha News

BREAKING NEWS

ଏପ୍ରିଲ୍ ୧୮ରୁ ରାଜ୍ୟର ସମସ୍ତ ସ୍କୁଲରେ ଖରା ଛୁଟି ଘୋଷଣା

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲକୁ ଆସନ୍ତା ୧୮ ତାରିଖରୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ଏସମ୍ପର୍କରେ ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ ଏସଆରସି ବିଷ୍ଣୁପଦ ସେଠୀ କହିଛନ୍ତି, ଦିନକୁ ଦିନ ଗ୍ରୀଷ୍ମପ୍ରବାହ ବଢୁଥିବାରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିର୍ଦ୍ଦେଶାନାମା ଜାରି କରି ଆସନ୍ତା ୧୮ ତାରିଖରୁ ଛୁଟି ଘୋଷଣା କରାଯାଇଛି । ତେବେ ରାଜ୍ୟର ଅନେକ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ଥିବାରୁ ଏଭଳି ନିଷ୍ପତି ନିଆଯାଇଛି ।

ଆହୁରି ମଧ୍ୟ ସେ କହିଛନ୍ତି ଯେ ପୂର୍ବରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ହେବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତି ନିଆଯାଇଥିଲା । ଉଭୟ ସରକାରୀ ଓ ବେସରକାରୀ ସ୍କୁଲରେ ସକାଳୁଆ ସ୍କୁଲ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଗଣଶିକ୍ଷା ବିଭାଗ ଚିଠି ଲେଖିଥିଲା ।

ସୂଚନାଯୋଗ୍ୟ, ମେ’ ୬ ତାରିଖରୁ ସ୍କୁଲ ଗୁଡିକରେ ଖରାଦିନ ଛୁଟି ଘୋଷଣା କରାଯାଇଥିବା ବେଳେ ଏହାକୁ ପରିବର୍ତ୍ତନ କରାଯାଇ ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଗୁଡିକରେ ଖରା ଛୁଟି ଘୋଷଣା କରିଛନ୍ତି ଏସଆରସି ବିଷ୍ଣୁପଦ ସେଠୀ ।

Leave A Reply

Your email address will not be published.