Latest Odisha News

BREAKING NEWS

ଶିକ୍ଷାନୁଷ୍ଠାରେ ନୂଆ-ଓ କାର୍ଯ୍ୟକ୍ରମର ଅବଧି ଜାନୁୟାରୀ ୧୫ ଯାଏଁ ବୃଦ୍ଧି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ଅଧ୍ୟକ୍ଷତାରେ ଶିକ୍ଷାନୁଷ୍ଠାନଗୁଡିକରେ ଚାଲିଥିବା ନୂଆ-ଓ କାର୍ଯ୍ୟକ୍ରମର ଏକ ସମୀକ୍ଷା ବୈଠକ ଭିଡିଓ କନଫରେନ୍ସିଂ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମନ୍ତ୍ରୀ ନାୟକ ସମସ୍ତ ଶିକ୍ଷାନୁଷ୍ଠାନରେ ଚାଲିଥିବା ନୂଆ-ଓ କାର୍ଯ୍ୟକ୍ରମ ବିଷୟରେ ସବିଶେଷ ତଥ୍ୟ ପଚାରି ବୁଝିଥିଲେ ।

ସୂଚନା ଅନୁଯାୟୀ, ନୂଆ-ଓ କାର୍ଯ୍ୟକ୍ରମ ଅନ୍ତର୍ଗତରେ ଶିକ୍ଷାନୁଷ୍ଠାନ ଗୁଡିକରେ କ୍ରୀଡା, ସମାଜସେବା, ବିଭିନ୍ନ ପ୍ରକାର ଜ୍ଞାନକୌଶଳ, ଶାରୀରିକ ବିକାଶ ଇତ୍ୟାଦିକୁ ପ୍ରୋତ୍ସାହନ ଯୋଗାଇ ଦିଆଯାଉଛି । ବୈଠକରେ ମନ୍ତ୍ରୀ ଶ୍ରୀ ନାୟକ କହିଥିଲେ ଯେ ଏହି ନୂଆ-ଓ କାର୍ଯ୍ୟକ୍ରମର ଅବଧିକୁ ଜାନୁୟାରୀ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଗଲା ।

ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭିଡ଼ିଓଗ୍ରାଫି ଏବଂ ଫୋଟୋଗ୍ରାଫି ପ୍ରତି ଆଗ୍ରହ ସୃଷ୍ଟି ପାଇଁ ପ୍ରତିଯୋଗିତା କରିବା ସହ ଯେଉଁ ଛାତ୍ରଛାତ୍ରୀ ସାମାଜିକ କାର୍ଯ୍ୟକ୍ରମ, ଭିଡ଼ିଓଗ୍ରାଫି ଏବଂ ଫଟୋଗ୍ରାଫି ପ୍ରତିଯୋଗିତାରେ ଭାଗ ନେଇଥିବେ ସେମାନଙ୍କୁ ସାମ୍ସ ଲ୍ୟାବ ଦ୍ୱାରା ପ୍ରମାଣପତ୍ର ପ୍ରଦାନ କରାଯିବ । ରାଜ୍ୟର ଛଅଶହରୁ ଉଦ୍ଧ୍ୱର୍ ଶିକ୍ଷାନୁଷ୍ଠାନରେ ଏହି ନୂଆ-ଓ କାର୍ଯ୍ୟକ୍ରମ ଚାଲିଥିବା ପ୍ରକାଶ ।

ସାମାଜିକ କାର୍ଯ୍ୟକଳାପ ପାଇଁ କୌଣସି ଡେଡ଼୍‌ଲାଇନ ରହିବ ନାହିଁ । ଏପରିକି ଫେବୃୟାରୀ ମାସ ପରେ ମଧ୍ୟ ସମାଜସେବା କାର୍ଯ୍ୟକ୍ରମ ଜାରି ରହିବ । ବୈଠକରେ ଉଚ୍ଚଶିକ୍ଷା କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ, ବିଭାଗୀୟ ସ୍ୱତନ୍ତ୍ର ସଚିବ ପ୍ରମୋଦ କୁମାର ମିଶ୍ର ଙ୍କ ସମେତ ବହୁ ବରିଷ୍ଠ ପଦାଧିକାରୀବୃନ୍ଦ ଓ ନୂଆ-ଓ ଅନୁଦାନ ପ୍ରାପ୍ତ ୭ ବିଭାଗର ସମସ୍ତ ନୋଡାଲ୍‌ ଅଫିସର ଓ ରାଜ୍ୟର ୩୦ ଗୋଟି ଜିଲ୍ଲାର ସମସ୍ତ କଲେଜର ଅଧ୍ୟକ୍ଷ, ଅଧ୍ୟାପକମାନେ ଭିଡିଓ କନଫରେନ୍ସିଂ ଜରିଆରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.