Latest Odisha News

କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ, ଗଠନ ହେବ ଟାସ୍କଫୋର୍ସ

ଭୁବନେଶ୍ୱର: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ । ଷ୍ଟିଲ ପ୍ଲାଣ୍ଟ ପାଇଁ ସ୍ଥାପନ ଗଠନ ହେବ ସ୍ଵତନ୍ତ୍ର ଟାସ୍କଫୋର୍ସ । ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ପାଇଁ ଦେଲେ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଗ୍ରହୀ ଶିଳ୍ପ ସଂସ୍ଥା ସହ ଆଲୋଚନା କରି ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଶିଳ୍ପ ପ୍ରକଳ୍ପର ସମୀକ୍ଷା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ୫ ବର୍ଷରେ ୩.୫ ଲକ୍ଷ ନିଯୁକ୍ତି ସୃଷ୍ଟି କରିବାକୁ ଲକ୍ଷ୍ୟ ଅଛି । ଅଧିକ ନିଯୁକ୍ତି ସମ୍ଭାବନା ଥିବା କ୍ଷେତ୍ରକୁ ଅଧିକ ଗୁରୁତ୍ବ ଦିଆଯିବ । ଏଥିସହ ଟେକ୍ସଟାଇଲ୍, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦେବା ସହ ଓଡ଼ିଆ ଉଦ୍ୟୋଗୀଙ୍କୁ ଶିଳ୍ପ ସ୍ଥାପନ ପାଇଁ ଉତ୍ସାହିତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟରେ ୨୦୧୬ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ୯୮୯ଟି ଶିଳ୍ପ ପ୍ରତିଷ୍ଠା ପାଇଁ ଆବେଦନ ଆସିଥିବା ବେଳେ ୬୭୪ଟି ପ୍ରକଳ୍ପ ସିଙ୍ଗିଲ ୱିଣ୍ଡୋ ଅଥରିଟି ଦ୍ୱାରା ଅନୁମୋଦନ ପାଇଛି। ସେଥି ମଧ୍ୟରୁ ୩୫୨ଟି ପ୍ରକଳ୍ପକୁ ଜମି ହସ୍ତାନ୍ତର କରାଯାଇଛି। ଏତଦ୍‌ ବ୍ୟତିତ ୧୮୩ଟି ପ୍ରକଳ୍ପ ଶିଳ୍ପ ସ୍ଥାପନ ପାଇଁ କାମ ଆରମ୍ଭ ହୋଇଛି। ୭୪ଟି ଶିଳ୍ପ କାର୍ଯ୍ୟକ୍ଷମ ହୋଇସାରିଛି। ସେହିପରି ରାଜ୍ୟରେ ୧୨ଟି ବୈଦେଶିକ ପୁଞ୍ଜି ବିନିଯୋଗ ପ୍ରସ୍ତାବ ରହିଛି । ୪୧ଟି ଗୁରୁତ୍ୱପୂର୍ଣ୍ଣ ପୁଞ୍ଜି ନିବେଶ ପ୍ରସ୍ତାବକୁ କାର୍ଯ୍ୟକାରୀ କରିବା ପାଇଁ ଶିଳ୍ପ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି ।

 

Comments are closed.