Latest Odisha News

BREAKING NEWS

ଦୁର୍ନୀତିଗ୍ରସ୍ତ ଅଧିକାରୀ ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୁର୍ନୀତିଗ୍ରସ୍ତ ଏବଂ ଅପାରଗଙ୍ଗ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ଦୁର୍ନୀତିଗ୍ରସ୍ତ ଅଧିକାରୀ ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି ଯୋଗାଯୋଗ ଶ୍ରୀ ତ୍ରିନାଥ ମିଶ୍ରଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।ଆଜିର କାର୍ଯ୍ୟାନୁଷ୍ଠାନକୁ ମିଶାଇ ଏପର୍ଯ୍ୟନ୍ତ ୧୫୨ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଲାଣି ।

ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଂଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଏକାସମୟରେ ତଲାସୀ କରାଯାଇଥିଲା । ଏହି ତଲାସୀରୁ ବିପୁଳ ପରିମାଣରେ ସମ୍ପତ୍ତି ଥିବାର ଜଣାଯାଇଥିଲା । ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା।ଦୁର୍ନୀତି ଅଭିଯୋଗ ରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ଶ୍ରୀ ମିଶ୍ର ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ ।

Comments are closed.