ଭୁବନେଶ୍ଵର: ଅଗ୍ନିଶମ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ବଡ ଉପହାର । ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ମୋଟର ସାଇକେଲ୍ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବୃଦ୍ଧି ପାଇଛି ।
ଫେବୃୟାରୀ ଆରମ୍ଭରୁ ଖୁସି ଖବର ଦେଲେ ମୁଖ୍ୟମନ୍ତ୍ରୀ । ଅଗ୍ନିଶମ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ଏବଂ ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି । ତେବେ କେବଳ ଭତ୍ତା ନୁହେଁ ଏଣିକି ମେଡିକାଲ ଖର୍ଚ୍ଚ ବି ବହନ କରିବେ ସରକାର ।
Comments are closed.