Latest Odisha News

ବଢିଲା ଗଣଶିକ୍ଷକଙ୍କ ଦରମା, ଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଗଣଶିକ୍ଷକଙ୍କ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଭେଟି । ବଢିଲା ଗଣଶିକ୍ଷକଙ୍କ ଦରମା । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ।

ସୂଚନାଯୋଗ୍ୟ ଯେ 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେବେ ।

ସେହିପରି OTET ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ ଉପକୃତ ହେବେ । ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ ।

Leave A Reply

Your email address will not be published.