Latest Odisha News

BREAKING NEWS

ନବୀନଙ୍କ ପୂଜା ଭେଟି, ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଛି ।

ଏହା ପିଛିଲା ଭାବେ ୨୦୨୨ ଜାନୁଆରୀ ପହିଲାରୁ ଲାଗୁ କରାଯାଇଛି । ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି  କରାଯାଇଛି ।

କର୍ମଚାରୀ ଓ ପେନସନଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ ।

Comments are closed.