Latest Odisha News

BREAKING NEWS

ଆନ୍ଧ୍ରର ଅଧିକାର ଓଡ଼ିଶା ଛଡ଼ାଉଛି : ରାଜାନ୍ନା 

କୋଟିଆ: କୋଟିଆରେ ଆନ୍ଧ୍ର ପ୍ରଦେଶ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ବିଧାୟକ ରାଜାନ୍ନା ଦୋରା ପ୍ରତିକ୍ରିୟା ରଖିଛନ୍ତି । ଏଇ ମାମଲା ସୁପ୍ରିମକୋର୍ଟ ବି ଯାଇଛି । ସୁପ୍ରିମକୋର୍ଟ ସେ ସଂପର୍କରେ ସ୍ଥିତାବସ୍ଥା ଜାରି କରିଛନ୍ତି । ସେଠାରେ ଆନ୍ଧ୍ର ପକ୍ଷରୁ ଏବେ ନୁହେଁ, ପୂର୍ବରୁ ବି ନିର୍ବାଚନ ହେଉଛି ବୋଲି ରାଜାନ୍ନା କହିଛନ୍ତି ।

ସୁପ୍ରିମକୋର୍ଟକୁ ମାମଲା ଯିବା ବେଳକୁ ସେଠାରେ ନିର୍ବାଚନ କରୁଥିଲୁ । ସୁପ୍ରିମକୋର୍ଟ ସ୍ଥିତାବସ୍ଥା ଜାରି କରିଥିବାରୁ ନିର୍ବାଚନ ହୋଇପାରିବ । ଓଡ଼ିଶା ସରକାର ଆନ୍ଧ୍ରର ଅଧିକାର ଛଡ଼ାଇବାକୁ ଚେଷ୍ଟା କରୁଛି ବୋଲି ରାଜାନ୍ନା କହିଛନ୍ତି ।

ସେ ଆହୁରି କହିଛନ୍ତି, ଏହି ପ୍ରସଙ୍ଗରେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ବସାଇ ଆନ୍ଧ୍ର ରାଜ୍ୟପାଳ ଆଲୋଚନା କରନ୍ତୁ । ଉଭୟ ମୁଖ୍ୟମନ୍ତ୍ରୀ ଏକାଠି ବସି ମାମଲାର ସମାଧାନ କରିବା ଉଚିତ । ସେଠାକାର ଅଧିବାସୀ ବହୁତ ଭାଗ୍ୟବାନ । ସେମାନେ ଉଭୟ ଓଡ଼ିଶା ଓ ଆନ୍ଧ୍ର ସରକାରଙ୍କ ପକ୍ଷରୁ ସୁବିଧା ପାଉଛନ୍ତି ବୋଲି ରାଜାନ୍ନା କହିଛନ୍ତି ।

Leave A Reply

Your email address will not be published.