Latest Odisha News

BREAKING NEWS

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ; ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ଦୁର୍ନୀତ ଗ୍ରସ୍ତଙ୍କ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାମ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆଜି ରାଜ୍ୟ ସରକାର ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ଶ୍ରୀ ପ୍ରତାପ କୁମାର ସାମଲଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁଁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ଶ୍ରୀ ସାମଲ ନିଲମ୍ବିତ ହୋଇଥିଲେ । ତାଙ୍କ ବାସଭବନରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୁତ ସମ୍ପତି ଜବତ କରାଯାଇଥିଲା । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିଷ୍କାର କରିଲେଣି ରାଜ୍ୟ ସରକାର ।

ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ୱଚ୍ଛତା ଉପରେ ସର୍ବାଧିକ ଗୁରୁତ୍ୱ ଆରୋପ କରିଆସିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି।

 

Leave A Reply

Your email address will not be published.