Latest Odisha News

BREAKING NEWS

ସୁଭଦ୍ରା ଯୋଜନା ପାଇଁ ଜାରି ହେଲା ଟୋଲ ଫ୍ରି ନମ୍ବର

ଭୁବନେଶ୍ବର: ସୁଭଦ୍ରା ଯୋଜନାର ମାର୍ଗଦର୍ଶିକା ନେଇ ଜାରି ହେଲା ଟୋଲ ଫ୍ରି ନମ୍ବର । ମହିଳା ଓ ଶିଶୁ ବିଭାଗ ପକ୍ଷରୁ ଟୋଲ ଫ୍ରି ନମ୍ବର-୧୪୬୭୮ ଜାରି ହୋଇଛି । ଏହି ଟୋଲ ଫ୍ରି ନମ୍ବର ସକାଳ ୬ଟା ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ । ଏହି ସମୟସୀମା ମଧ୍ୟରେ ଯେକୌଣସି ବ୍ୟକ୍ତି ଏହି ଟୋଲ ଫ୍ରି ନମ୍ବରରେ କଲ୍ କରି ସୁଭଦ୍ରା ଯୋଜନା ଅନ୍ତର୍ଗତ ସମସ୍ତ ତଥ୍ୟ ପାଇପାରିବେ ।

ତେବେ ମାର୍ଗଦର୍ଶିକା ଅନୁଯାୟୀ ଯେଉଁ ମହିଳାମାନେ, ରାଜ୍ୟ କିମ୍ବା କେନ୍ଦ୍ର ଯୋଜନା ଅନ୍ତର୍ଗତ କୌଣସି ଆର୍ଥିକ ସହାୟତା ଯଥା ପେନସନ, ଛାତ୍ରବୃତ୍ତି ଇତ୍ୟାଦି ପ୍ରତି ମାସରେ ୧୫୦୦ ଟଙ୍କା କିମ୍ବା ତା’ ଠାରୁ ଅଧିକ ଓ ବାର୍ଷିକ ୧୮୦୦୦ ଟଙ୍କା କିମ୍ବା ତା ଠାରୁ ଅଧିକ ପାଉଥିବେ, ସେମାନେ ଅଯୋଗ୍ୟ ଘୋଷିତ ହେବେ । କିନ୍ତୁ ଅଙ୍ଗନବାଡିକର୍ମୀ/ସହାୟିକା, ଆଶାକର୍ମୀ, କମ୍ୟୁନିଟି ରିସୋର୍ସ ପର୍ସନ (ସିଆରପି), ମାଷ୍ଟର ବ୍ଲକ କିପର (ଏମ୍‌ବିକେ) ଓ ଆଉଟସୋର୍ସିଙ୍ଗ ଏଜେସି ଦ୍ୱାରା ନିଯୁକ୍ତ ମହିଳାମାନେ ମାର୍ଗଦର୍ଶିକାରେ ଥିବା ଅନ୍ୟ ସମସ୍ତ ମାନଦଣ୍ଡ ହିସାବରେ ଯୋଗ୍ୟ ହେଉଥିଲେ ସେମାନେ ମଧ୍ୟ ସୁଭଦ୍ର ଯୋଜନାର ଆବେଦନ କରିପାରିବେ ।

ସୂଚନାଯୋଗ୍ୟ, ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି । ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କୁ ଆର୍ଥିକ ସ୍ୱାଧୀନତା ତଥା ଡିଜିଟାଲ ଆର୍ଥିକ ସ୍ବାକ୍ଷରତାକୁ ପ୍ରୋତ୍ସାହିତ କରିବା ଏହି ଯୋଜନ ଯୋଜନାର ମୂଳ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ।

Comments are closed.