Latest Odisha News

BREAKING NEWS

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି,୮ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର:ରାଜ୍ୟ ସରକାର ଦୁର୍ନୀତି ବିରୋଧରେ ସବୁବେଳେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇଥାନ୍ତି । ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନରେ ଆଉ ୮ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।  ଦୁର୍ନୀତି ଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଏପରି କଠୋର ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଏହି ୮ ଜଣ ଅଧିକାରୀଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ନିମାପଡ଼ାର ପୂର୍ବତନ ତହସିଲଦାର ତଥା ସବ୍‌ ରେଜିଷ୍ଟ୍ରାର ରାମଚନ୍ଦ୍ର ଜେନା, ଜେନାଙ୍କ ବିରୁଦ୍ଧରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି , ଜଗତସିଂହପୁରର ପୂର୍ବତନ ଡେପୁଟି କଲେକ୍ଟର ଗୌରାଙ୍ଗ ଚରଣ ମହାନ୍ତି, ମହାନ୍ତିଙ୍କ ବିରୁଦ୍ଧରେ ୭ଟି ଦୁର୍ନୀତି ଅଭିଯୋଗ ଥିଲା । ସୁନ୍ଦରଗଡ଼ ଲାଠିକଟାର ପୂର୍ବତନ ତହସିଲଦାର ଏବଂ ବର୍ତ୍ତମାନ ବରଗଡ଼ର ଅମ୍ବାଭୋନାରେ ବିଡିଓ ଥିବା ଆଲଫୋନ୍‌ସ ବିଲୁଙ୍ଗ ନାମରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି । କେନ୍ଦୁଝର ଜଳସେଚନ ବିଭାଗ ବୈତରଣୀ ଡିଭିଜନର ପୂର୍ବତନ ସୁପରିନଟେଣ୍ଡିଂ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁ,ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି ।

କଳାହାଣ୍ଡି ଲାଞ୍ଜିଗଡ଼ ବ୍ଲକ୍ ସିଡିପିଓ ମୀନା ପାତ୍ର,ଦୁଇଟି ସ୍ବୟଂ ସହାୟତା ଗୋଷ୍ଠୀ ଠାରୁ ଛତୁଆ ଯୋଗାଣ ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରି ତାଙ୍କୁ ଧରା ଯାଇଥିଲା ।  କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ର ସିଡିପିଓ ପୁଷ୍ପାଞ୍ଚଳି ରଥ,କର୍ମୀ ନିଯୁକ୍ତି ପାଇଁ ୧ ଲକ୍ଷ ଟଙ୍କା ଦାବୀ କରି ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ଧରା ଯାଇଥିଲା । ଦେବଗଡ଼ର ପୂର୍ବତନ ଡେପୁଟି ଅବକାରୀ ସୁପରିନଟେଣ୍ଡେଣ୍ଟ ଅଜିତ କୁମାର ମହାପାତ୍ର ଦେଢ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଧରା ଯାଇଥିଲା । ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ୍ କ୍ୟାସିଅର ପ୍ରଭାକର ପ୍ରଧାନଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି । ତାଙ୍କ ନାମର ଦୁଇଟି ଅଭିଯୋଗ ରହିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଦେଇ ଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

 

 

 

 

Leave A Reply

Your email address will not be published.