Latest Odisha News

BREAKING NEWS

ଭାରତ ବନ୍ଦ ପାଇଁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ବର: କୃଷକ ସଂଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଛି । ଏଥିପାଇଁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ମହାମାରୀ ସଂପୂର୍ଣ୍ଣ ପ୍ରଶମିତ ହୋଇନାହିଁ । ସାଧାରଣ ପରିବହନ ବ୍ୟବସ୍ଥା ସ୍ବଭାବିକ ଅବସ୍ଥାକୁ ଫେରିନଥିବା ବେଳେ ଭାରତ ବନ୍ଦ ଡାକରା ଯୋଗୁ ଗମନାଗମନ ଓ ପରିବହନ ବ୍ୟବସ୍ଥା ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି ।

ଏହା କରୋନା ସଂକ୍ରମଣ ଉପରେ ପ୍ରତିକୂଳ ପ୍ରଭାବ ପକାଇବାର ଆଶଙ୍କା ମଧ୍ୟ ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବା ପାଇଁ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ହେଲେ ଏହି ସମୟରେ ସମସ୍ତ ଅତ୍ୟାବଶ୍ୟକ ଜରୁରୀ ସରକାରୀ ସେବା ଉପଲବ୍ଧ ହେବ ବୋଲି କୁହାଯାଇଛି ।

Leave A Reply

Your email address will not be published.