ଭୁବନେଶ୍ୱର: ଓଡିଶାର ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଲା ପଦୋନ୍ନତି । ଏହା ସହ ୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଆଇଜି ପାହ୍ୟା । ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ପ୍ରତୀକ ମହାନ୍ତଙ୍କୁ ମଧ୍ୟ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି ।
ସେହିପରି ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି । ଏହି ତିନି ଜଣ ହେଉଛନ୍ତି ୨୦୦୭ ବ୍ୟାଚ୍ର । ଅବିନାଶ କୁମାର ଏବେ ସ୍ପେଶାଲ ଆର୍ମଡ ପୁଲିସର ଡିଆଇଜି ଭାବେ କାର୍ଯ୍ୟ କରୁଥିବା ବେଳେ ସାର୍ଥକ ଷଡ଼ଙ୍ଗୀ ଦକ୍ଷିଣାଞ୍ଚଳ ଡିଆଇଜି ଭାବେ ବ୍ରହ୍ମପୁରରେ ଓ ନୀତି ଶେଖର ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ କୋରାପୁଟରେ କାର୍ଯ୍ୟ କରୁଛନ୍ତି ।
ଆଇପିଏସ୍ ଅଫିସର ପିନାକ ମିଶ୍ରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି । ସେ ୨୦୧୧ ବ୍ୟାଚ୍ର । ସେହିପରି ଆଉ ଦୁଇ ଜଣ ଆଇପିଏସ୍ ଅଫିସର ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କ ମଧ୍ୟ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
Comments are closed.