Latest Odisha News

BREAKING NEWS

ଭୁବନେଶ୍ୱର ମହାନଗର ନିଗମର ମେୟର ହେବେ ମହିଳା

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ପ୍ରକ୍ରିୟା ତାରିଖ ଘୋଷଣା ହୋଇଛି । ରାଜ୍ୟରେ ପୌର ନିର୍ବାଚନକୁ ରାଜ୍ୟ ସରକାର ଶୀଘ୍ର ସାରିବାକୁ ମଧ୍ୟ ଯୋଜନା କରିଛନ୍ତି। ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମର ମେୟର ପଦବୀକୁ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଥିବାବେଳେ କଟକ ମହାନଗର ନିଗମର ମେୟର ପଦବୀକୁ ଅଣସଂରକ୍ଷିତ ରଖାଯାଇଛି। ଆଜି ଏନେଇ ଗେଜେଟ୍ ବିଜ୍ଞପ୍ତି ଜାରି ହେବା ସହ ଏହା ଉପରେ ଆପତ୍ତି-ଅଭିଯୋଗ ଥିଲେ ୧୫ଦିନ ମଧ୍ୟରେ ପୌର ନିର୍ଦ୍ଦେଶକଙ୍କ କାର୍ୟ୍ୟାଳୟକୁ ଜଣାଇବାକୁ କୁହାଯାଇଛି।

ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ମହାନଗର ନିଗମ ଆଇନ-୨୦୦୩ର ଧାରା ୧୪ର ଉପଧାରା ୩ ଓ ୪ ଅନ୍ତର୍ଗତ ଏବଂ ଓଡ଼ିଶା ମହାନଗର ନିଗମ ରୁଲସ-୨୦୦୩ର ରୁଲ-୮୦(୮) ର ପ୍ରାବଧାନ ଅନୁସାରେ ମହାନଗରଗୁଡ଼ିକର ମେୟର ପଦବୀକୁ ସଂରକ୍ଷିତ ରଖିବାକୁ ଗେଜେଟ୍ ବିଜ୍ଞପ୍ତି ଜାରି ହୋଇଛି ।

Leave A Reply

Your email address will not be published.