Latest Odisha News

BREAKING NEWS

ଆନ୍ତର୍ଜାତୀୟ ମାନର ହେବ କୋଣାର୍କ ଅଞ୍ଚଳର ଭିତ୍ତିଭୂମି

ପୁରୀ: କୋଣାର୍କ ଅଞ୍ଚଳର ଭିତ୍ତିଭୂମି ଖୁବଶୀଘ୍ର ଆନ୍ତର୍ଜାତୀୟ ମାନର ହେବ ବୋଲି ସୂଚନା ମିଳିଛି।

ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏଦିଗରେ କାମ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି।

କୋଣାର୍କକୁ ପ୍ରତିଦିନ ବିଶ୍ବର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକ ଆସିଥାନ୍ତି । ଯେଉଁଥିପାଇଁ କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ଆନ୍ତର୍ଜାତୀୟ ମାନର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଆଜି ଏହାର ବିଭିନ୍ନ ଦିଗ ଉପରେ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଅବଗତି ନିମନ୍ତେ ଏକ ଉପସ୍ଥାପନା କରାଯାଇଥିଲା । ଜନସାଧାରଣ ଏହି ଚିଠା ଯୋଜନା ଉପରେ ସେମାନଙ୍କ ମତାମତ ମଧ୍ୟ ଦେଇପାରିବେ ବୋଲି ସୂଚନା ମିଳିଛି।

କଳିଙ୍ଗ ସ୍ଥାପତ୍ୟ କଳାର ଅପୂର୍ବ ନିଦର୍ଶନ ହେଉଛି କୋଣାର୍କ ମନ୍ଦିର । ଗଙ୍ଗ ବଂଶର ରାଜା ଲାଙ୍ଗୁଳା ନରସିଂହ ଦେବଙ୍କର ତ୍ରୟୋଦଶ ଶତାଦ୍ଦୀର ଏହି ଅନୁପମ କୀର୍ତ୍ତି ତାର ଅବିଶ୍ବସନୀୟ କଳା ଓ ଭାସ୍କର୍ଯ୍ୟ ପାଇଁ ସାରା ବିଶ୍ବର ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିଆସିଛି ।

 

Leave A Reply

Your email address will not be published.