Latest Odisha News

BREAKING NEWS

ସାଧାରଣତନ୍ତ୍ର ଦିବସରେ ୨୦ ଜିଲ୍ଲାରେ ମନ୍ତ୍ରୀ ଓ ୧୦ ଜିଲ୍ଲାରେ ପ୍ରଶାସନିକ ଅଧିକାରୀ ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର :ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଚଳିତ ଥର ସାଧାରଣତନ୍ତ୍ର ଦିବସରେ କେଉଁ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ କେଉଁ ଜିଲ୍ଲାରେ ପତାକା ଉତ୍ତୋଳନ କରିବେ ସେନେଇ ସୂଚନା ମିଳିଛି । ଏଥର ସାଧାରଣତନ୍ତ୍ର ଦିବସରେ ରାଜ୍ୟରେ ୨୦ ଜିଲ୍ଲାରେ ମନ୍ତ୍ରୀ ଓ ୧୦ ଟି ଜିଲ୍ଲାରେ ପ୍ରଶାସନିକ ଅଧିକାରୀ ମାନେ ପତାକା ଉତ୍ତୋନ କରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ମିଳିଛି ।

କଟକରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପତାକା ଉତ୍ତୋଳନ କରିବେ , ମୟୂରଭଞ୍ଜରେ ଖାଦଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ , ବରଗଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା , ନୟାଗଡରେ ଇସ୍ପାତ  ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲୀକ ପତାକା ଉତ୍ତୋଳନ କରିବେ ।

ସେହିପରି ଅନୁଗୁଳରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ସୋନପୁରରେ ମନ୍ତ୍ରୀ ଅରୁଣ କୁମାର ସାହୁ , କେନ୍ଦୁଝରରେ ସୁଦାମ ମାରାଣ୍ଡି , ସୁନ୍ଦରଗଡରେ ମନ୍ତ୍ରୀ ସୁଶାନ୍ତ ସିଂ , ନୂଆପଡାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ପତାକା ଉତ୍ତୋଳନ କରିବେ  ବୋଲି ସୂଚନା ମିଳିଛି ।

ଗଞ୍ଜାମରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ମାଲକାନଗିରିରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ରାୟଗଡ଼ାରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବାଲେଶ୍ୱରରେ  ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, କେନ୍ଦ୍ରାପଡ଼ାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପତାକା ଉତ୍ତୋଳନ କରିବେ ।

ସେହିପରି ଅନୁଗୁଳରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ସୋନପୁରରେ ମନ୍ତ୍ରୀ ଅରୁଣ କୁମାର ସାହୁ ,ଜଗତସିଂହପୁରରେ ପର୍ୟ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ପୁରୀରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ନବରଙ୍ଗପୁରରେ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଏବଂ କୋରାପୁଟରେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ପତାକା ଉତ୍ତୋଳନ କରିବେ ।

ବଲାଙ୍ଗୀର, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢ଼େଙ୍କାନାଳ, ଗଜପତି, ଯାଜପୁର, ଝାରସୁଗୁଡ଼ା ଓ କଳାହାଣ୍ଡିରେ ଜିଲ୍ଲାପାଳ ପତାକା ଉତ୍ତୋଳନ କରିବେ ଜଣାପଡିଛି । କୋଭିଡ ଗାଇଡ ଲାଇନକୁ ପାଳନ କରି ସମସ୍ତ ଜିଲ୍ଲାରେ ସାଧାରଣତନ୍ତ୍ର ଦିବସ ପାଳନ ହେବ ।

 

Comments are closed, but trackbacks and pingbacks are open.