Latest Odisha News

୪ ଆଇଏଏସ ଅଫିସରଙ୍କୁ ନୂଆ ପଦବୀକୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ୪ ଜଣ ଆଇଏଏସ୍ ଅଫିସରଙ୍କୁ ନୂଆ ଦାୟିତ୍ୱରେ ଅବସ୍ଥାପିତ କରିଛନ୍ତି। ପୂର୍ବରୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଅତିରିକ୍ତ ମୁଖ୍ୟ ପ୍ରଶାସକ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ଥିବା ସାମନ୍ତ ବର୍ମାଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

କଟକ ଜିଲ୍ଲାପାଳ ଭାବେ ଦାୟିତ୍ୱ ତୁଲାଇଥିବା ବିନୀତ ଭରଦ୍ୱାଜଙ୍କୁ ପାନୀୟ ଜଳ ଓ ପରିମଳ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକ ସହିତ ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି।

ଜଗତସିଂହପୁରର ପୂର୍ବତନ ଜିଲ୍ଲାପାଳ ପାରୁଲ ପଟାୱାରୀଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି।

ଡ. ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଯାହାକି ଉପସଚିବ ମାନ୍ୟତା ଭାବେ ଦାୟିତ୍ବ ପ୍ରଦାନ କରିଛନ୍ତି।

ଏହା ପୂର୍ବରୁ ପାନୀୟ ଜଳ ଓ ପରିମଳ ବିଭାଗର ପୂର୍ବତନ ନିର୍ଦ୍ଦେଶକ ତଥା ଓଡ଼ିଶା ଜୀବିକା ମିଶନର ରାଜ୍ୟ ମିଶନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିବା ତଥା ମୋ ସ୍କୁଲ ଓ ଶ୍ରମ କମିଶନର ଓଡ଼ିଶାର ସଦସ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ରେ ଥିବା ଅନୁପମ ସାହାଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି।

Comments are closed.